ପୀଡିତ ଦାଦନ ଶ୍ରମିକଙ୍କ ଚିକିତ୍ସା ଖର୍ଚ୍ଚ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ କରାଯିବ

images (4)
ଶ୍ରମିକଦଲାଲଙ୍କ ହିଂସାର ଶିକାର ହୋଇଥିବା କଳାହାଣ୍ଡିଜିଲ୍ଲାର ଦୁଇ ଦାଦନ ଶ୍ରମିକଙ୍କ ଚିକିତ୍ସା ଖର୍ଚ୍ଚ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ବହନ କରିବା ନିମନ୍ତେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । ଏହି ଦୁର୍ଭାଗ୍ୟଜନକ ଘଟଣାରେ ମୁଖ୍ୟମନ୍ତ୍ରୀ ଗଭୀର ଉଦବେଗ ପ୍ରକାଶକରିବା ସହିତ ଆହତ ଶ୍ରମିକ ଦୁଇଜଣଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି । ଅପରାଧୀଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀ ରାଜ୍ୟ ଶ୍ରମ ବିଭାଗ ଓ ପୋଲିସ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ।

Share in top social networks!