ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ରଣପୁର ବ୍ଲକ ଡିମିରିକା ମହାବିଦ୍ୟାଳୟ ପକ୍ଷରୁ ଦାନ

images (4)
ରଣପୁର ବ୍ଲକ ଡିମିରିଆ ମହାବିଦ୍ୟାଳୟ ପକ୍ଷରୁ ବାତ୍ୟା ଓ ବନ୍ୟା ବିପନ୍ନଙ୍କ ସହାୟତା ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୨୦ ହଜାର ଟଙ୍କା ପ୍ରଦାନ କରିଛନ୍ତି । ରଣପୁର ବିଧାୟକ ଶ୍ରୀ ସତ୍ୟନାରାୟଣ ପ୍ରଧାନ ଏବଂ ମହାବିଦ୍ୟାଳୟ ର ଅଧ୍ୟକ୍ଷ ଆଜି ସଚିବାଳୟରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରି ୨୦ହଜାର ଟଙ୍କାର ଚେକ୍ ପ୍ରଦାନ କରିଥିଲେ । ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ମହାବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କୁ ସେମାନଙ୍କର ବଦାନ୍ୟତା ପାଇଁ ଧନ୍ୟବାଦ ଜଣାଇଥିଲେ । ସେହିପରି ଭାରତ ସ୍କାଉଟ ଓ ଗାଇଡ୍ସ ସଂଗଠନ ପକ୍ଷରୁ ମଧ୍ୟ ଆଜି ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ପଚାଶହଜାର ଟଙ୍କାର ଚେକ୍ ପ୍ରଦାନ କରାଯାଇଛି ।

Share in top social networks!
Powered By Indic IME