ଭିନ୍ନକ୍ଷମ ଛାତ୍ରଛାତ୍ରୀମାନଙ୍କ ବୈଷୟିକ ଶିକ୍ଷା ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ

50667ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଙ୍କ ନିର୍ଦ୍ଦେଶ ଅନୁଯାୟୀ ଭିନ୍ନକ୍ଷମ ଛାତ୍ରଛାତ୍ରୀମାନଙ୍କ ବୈଷୟିକ ଶିକ୍ଷା ଖର୍ଚ୍ଚ ରାଜ୍ୟ ସରକାର ବହନ କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରାଯାଇଛି । ଏହି ନିପତ୍ତି ଅନୁସାରେ ଉଭୟ ସରକାରୀଓ ଘରୋଇ ବିଶ୍ଵ ବିଦ୍ୟାଳୟ ଓ ମହାବିଦ୍ୟାଳୟ ରେ ଶିକ୍ଷା ଲାଭ କରୁଥିବା ଭିନ୍ନକ୍ଷମ ଛାତ୍ରଛାତ୍ରୀମାନଙ୍କ ଖର୍ଚ୍ଚ ରାଜ୍ୟସରକାର ବହନ କରିବେ । ସରକାରୀ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟ କ୍ଷେତ୍ରରେ ଛାତ୍ରଛାତ୍ରୀମାନେ ସେମାନଙ୍କ ଦେୟ ଭରିବା ଆବଶ୍ୟକ ନଥିବା ବେଳେ , ବେସରକାରୀ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟ କ୍ଷେତ୍ରରେ ଏହି ଦେୟ ରାଜ୍ୟସରକାର ପୁନର୍ଭରଣା କରିବେ ।

Share in top social networks!