ରାଜ୍ୟସ୍ତରୀୟ ସମ୍ବର୍ଦ୍ଧନା ଉତ୍ସବ ସେପ୍ଟେମ୍ବର ୫ରେ

Odishan-MAP-7
ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ଆନୁକୁଲ୍ୟରେ ସେପ୍ଟେମ୍ବର ୫ ତାରିଖ ଗୁରୁଦିବସରେ ସ୍ଥାନୀୟ ୟୁନିଟ ୧ସ୍ଥିତ ଆଦିବାସୀ ପ୍ରଦର୍ଶନୀ ପଡିଆରେ ରାଜ୍ୟସ୍ତରୀୟ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହେବ । ଏହି ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ , ଏସ୍.ଟି ଓ ଏସ୍.ସି ଉନ୍ନୟନ ବିଭାଗ ଦ୍ଵାରା ପରିଚାଳିତ ବିଦ୍ୟାଳୟର ୧୦୫ଜଣ କୃତୀ ଛାତ୍ରଛାତ୍ରୀ ଓ ୫୧ଟି ଶ୍ରେଷ୍ଠ ବିଦ୍ୟାଳୟର ପ୍ରଧାନ ଶିକ୍ଷକଶିକ୍ଷୟତ୍ରୀ ଙ୍କୁ ସମ୍ବର୍ଦ୍ଧିତ କରିବେ । ଏହି ଉତ୍ସବରେ ସମ୍ମାନିତ ଅତିଥି ଭାବରେ ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗ ମନ୍ତ୍ରୀ ଶ୍ରୀ ଲାଲବିହାରୀ ହିମିରିକା ,କ୍ରୀଡା ଓ ଯୁବ ବ୍ୟାପାର ମନ୍ତ୍ରୀ ଶ୍ରୀ ସୁଦାମ ମାରାଣ୍ଡି ,ବୟନ ,ହସ୍ତତନ୍ତ ଓ ହସ୍ତଶିଳ୍ପ ମନ୍ତ୍ରୀ ଶ୍ରୀମତୀ ସ୍ନେହାଙ୍ଗିନୀ ଛୁରିଆ ଯୋଗଦାନ କରିବାର କାର୍ଯ୍ୟକ୍ରମ ରହିଛି । ପ୍ରକାଶ ଥାଉକି,୨୦୧୪ ମସିହା ମାଟ୍ରିକ ପରୀକ୍ଷାଫଳ ଆଧାରରେ କୃତୀ ଛାତ୍ରଛାତ୍ରୀ ଓ ଶ୍ରେଷ୍ଠ ବିଦ୍ୟାଳୟ ଗୁଡିକର ପ୍ରଧାନଶିକ୍ଷକ ଓ ଶିକ୍ଷୟତ୍ରୀ ଙ୍କୁ ଚୟନ କରାଯାଇ ସେମାନଙ୍କୁ ସମ୍ବର୍ଦ୍ଧିତ କରାଯିବ ବୋଲି ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ସୂତ୍ରରୁ ପ୍ରକାଶ ।

Share in top social networks!