ରାଜ୍ୟସ୍ତରୀୟ ରାଷ୍ଟ୍ରୀୟ ଏକତା ଦିବସ ଅନୁଷ୍ଠିତ

ଭାରତର ଏକତା, ଅଖଣ୍ଡତା ଏବଂ ସମ୍ପ୍ରତି ରକ୍ଷା ପାଇଁ ଇନ୍ଦିରା ଗାନ୍ଧୀଙ୍କ ଅବଦାନ ଅତୁଳନୀୟ । ଜୀବନର ଶେଷ ମୁହୂର୍ତ୍ତ ପର୍ଯ୍ୟନ୍ତ ଭାରତକୁ ଏକ ବିକଶିତ ରାଷ୍ଟ୍ରରେ ପରିଣତ କରିବା ପାଇଁ ଇନ୍ଦରା ଗାନ୍ଧୀ ଆପ୍ରାଣ ଉଦ୍ୟମ କରିଥିଲେ, ଏବଂ ଶେଷରେ ଦେଶରେ ଶାନ୍ତି ପ୍ରତିଷ୍ଠା ପାଇଁ ତାଙ୍କୁ ନିଜର ଜୀବନ ଉତ୍ସର୍ଗ କରିବାକୁ ପଡ଼ିଥିଲା ।
ଏଭଳି ଦେଶପ୍ରେମ, ତ୍ୟାଗ, ଆତ୍ମବଳୀ ପାଇଁ ଏହି ମହିୟସୀ ନେତ୍ରୀଙ୍କୁ ଭାରତବାସୀ ସର୍ବଦା ଶ୍ରଦ୍ଧା ଓ ସମ୍ମାନର ସହ ସ୍ମରଣ କରୁଥିବେ ବୋଲି ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଆୟୋଜିତ ରାଷ୍ଟ୍ରୀୟ ଏକତା ଦିବସ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପୂର୍ବତନ ମନ୍ତ୍ରୀ ଶ୍ରୀଯୁକ୍ତ ପ୍ରସାଦ ହରିଚନ୍ଦନ ମତବ୍ୟକ୍ତ କରିଛନ୍ତି ।

ଜୟଦେବ ଭବନଠାରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ଉତ୍ସବରେ ସମ୍ମାନିତ ଅତିଥି ଭାବେ ଯୋଗଦେଇ ବିଧାୟକ ଶ୍ରୀଯୁକ୍ତ ସମୀର ରଞ୍ଜନ ଦାସ ଏବଂ ମୁଖ୍ୟବକ୍ତା ଉଚ୍ଚଶିକ୍ଷା ବିଭାଗର ନିେ”ର୍ଶକ ପ୍ରଫେସର ନିହାର ରଞ୍ଜନ ପଟ୍ଟନାୟକ ଇନ୍ଦିରା ଗାନ୍ଧୀଙ୍କ କର୍ମ ବହୁଳ ଜୀବନାବଳୀ ଏବଂ ରାଷ୍ଟ୍ରୀୟ ସଙ୍କଳ୍ପ ଦିବସ ପାଳନ ତାŒର୍ଯ୍ୟ ଏବଂ
ପ୍ରାସଙ୍ଗିକତା ସମ୍ପର୍କରେ ଆଲୋକପାତ କରିଥିଲେ ।

ସୂଚନା ଓ ଲୋକସମ୍ପର୍କ ବିଭାଗର ଶାସନ ସଚିବ ଶ୍ରୀଯୁକ୍ତ ମଧୁସୂଦନ ପାଢ଼ୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବିଭାଗୀୟ ନିେ”ର୍ଶକ ଶ୍ରୀଯୁକ୍ତ ରଞ୍ଜିତ୍ କୁମାର ମହାନ୍ତି ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ । ଏହି ଅବସରରେ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କୁ ନେଇ ଅନୁଷ୍ଠିତ ହୋଇଥିବା ଚିତ୍ରାଙ୍କନ ପ୍ରତିଯୋଗିତାର କୃତୀ
ପ୍ରତିଯୋଗୀମାନଙ୍କୁ ପୁରସ୍କାର ବିତରଣ କରାଯାଇଥିଲା । ସଭା ପରେ ପରେ “ସ୍ୱରବିତାନ’ ସାଂସ୍କୃତିକ ଅନୁଷ୍ଠାନର କଳାକାରମାନେ ଭଜନ ଏବଂ ଦେଶାତ୍ମବୋଧକ ସଂଗୀତ ପରିବେଷଣ କରିଥିଲେ ।

Share in top social networks!