ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନବକଳେବର ଊପରେ ଆଧାରିତ ପ୍ରାମାଣିକ ଚଳଚିତ୍ର “ଦେବତା ହୋଇଲେ ମରଇ”ର ଲୋକାର୍ପଣ କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଦ୍ୱାରା ହୋଇଯାଇଛି

ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନବକଳେବର ଊପରେ ଆଧାରିତ ପ୍ରାମାଣିକ ଚଳଚିତ୍ର “ଦେବତା ହୋଇଲେ ମରଇ”ର ଲୋକାର୍ପଣ କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଦ୍ୱାରା ମେ ୩ ତାରିଖ ମେଫେୟାର ପ୍ରାଙ୍ଗଣରେ ହୋଇଯାଇଛି । ନବକଳେବର ସହ ଜଡିତ ବଭିନ୍ନ ତଥ୍ୟ ତଥା ଗବେଷଣାକୁ ପାଥେୟ କରି ପ୍ରସ୍ତୁତ ଏହି ଚଳଚିତ୍ର ଜଗନ୍ନାଥଙ୍କ ଜନ୍ମମୃତ୍ୟୁର ଭାବପ୍ରବଣ ଯାତ୍ରାକୁ ସରଳ, ସାବଲୀଳ ଢଙ୍ଗରେ ଉପସ୍ଥାପନା କରିବାକୁ ପ୍ରୟାସ କରିଛି । ଚଳଚିତ୍ରର ଉପସ୍ଥାପନା ଶୈଳୀ ବିଶ୍ଲେଷଣାତ୍ମକ, ଗବେଷଣାମୂଳକ, ସୃଜନ ଓ ସମ୍ବେଦନଶୀଳ ଯାହା ଉଭୟ ସାଧାରଣ ଦର୍ଶକ ଓ ବୁଦ୍ଧିଜୀବିମାନଙ୍କୁ ଆକୃଷ୍ଟ କରିବ ବୋଲି ପ୍ରଯୋଜନା ସଂସ୍ଥା ଲାଇଟ ହାଉସ୍ ପକ୍ଷରୁ କୁହାଯାଇଛି ।

DEVATAସୁପରିଚିତ ଲେଖକ ତଥା ସ୍ତମ୍ଭକାର ଡକ୍ଟର ବିବୁଧରଞ୍ଜନଙ୍କ ଦ୍ୱାରା ଲିଖିତ ଏହି ଚଳଚିତ୍ର ସୁନ୍ଦର ସଂପାଦନା ଓ ଉନ୍ନତମାନର ଆନିମେସନ କାର୍ଯ୍ୟ ସହ ଏକ ଜାତୀୟ ସ୍ତରର ପ୍ରୟାସ । ସଂଜୟ କାନୁନ୍ଗୋ ଓ ଗୁରୁଜୀ ଶ୍ୱେତଚନ୍ଦନଙ୍କ ନିଦେ୍ର୍ଧଶନାରେ ଏହି ଚଳଚିତ୍ର ଉଭୟ ଓଡିଆ ଏବଂ ଇଂରାଜୀ ଭାଷାରେ ଦୁଇଟି ଭାଗରେ ନିର୍ମାଣ କରାଯାଇଛି । ଇଂରାଜୀ ଭାଷାର ସ୍କ୍ରିପ୍ଟ ପ୍ରସ୍ତୁତ କରିଛନ୍ତି ବିଶିଷ୍ଟ ଇଂରାଜୀ ସାମ୍ବାଦିକ ଶ୍ରୀ ସନ୍ଦୀପ ସାହୁ । ଇଣ୍ଡିଆନ ଅଏଲ କର୍ପୋରେସନ ଲିମିଟେଡର ସହାୟତାରେ ପ୍ରସ୍ତୁତ ଏହି ଚଳଚିତ୍ରର ଦ୍ୱିତୀୟ ଭାଗଟି ଜୁଲାଇ ମାସରେ ରଥଯାତ୍ରା ଦିନ ଲୋକାର୍ପଣ ହେବାର ଯୋଜନା ରହିଛି ।

Share in top social networks!