ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହ;ବିଧାନସଭା ପରିସରରେ ପଣ୍ଡିତ ଗୋପବନ୍ଧୁ ଦାସଙ୍କୁ ଶ୍ରଦ୍ଧାଞ୍ଜଳି

22289868_296490867424122_8569671469712243830_o
ପୁଣ୍ୟତ୍ମା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୦ତମ ଜୟନ୍ତୀ ଆଜି ବିଧାନସଭା ପରିସରରେ ପାଳିତ ହୋଇଯାଇଛି । ବିଧାନସଭା ପରିସରରେ ଥ#ବା ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପଗୁଚ୍ଛ ଅର୍ପଣ କରି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ, ବାଚସ୍ପତି ଶ୍ରୀ ପ୍ରଦିପ କୁମାର ଅମାତ, ଗ୍ରାମ୍ୟ ଉନ୍ନୟନ, ସଂସଦୀୟ ବ୍ୟାପାର ଏବଂ ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ଶ୍ରୀ ବିକ୍ରମ କେଶରୀ ଆରୁଖ, ଶିଳ୍ପ, ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଶ୍ରୀ ନିରଞ୍ଜନ ପୂଜାରୀ, ଅର୍ଥ ଓ ଅବକାରୀ ମନ୍ତ୍ରୀ ଶ୍ରୀ ଶଶୀଭୂଷଣ ବେହେରା, ସରକାରୀ ଦଳର ମୁଖ୍ୟ ସଚେତକ ଶ୍ରୀ ଅମର ପ୍ରସାଦ ଶତପଥ#, ପୂର୍ବତନ ମନ୍ତ୍ରୀ ଶ୍ରୀ ସୁରେନ୍ଦ୍ରନାଥ ନାୟକ, ପୂର୍ବତନ ବାଚସ୍ପତି ଶ୍ରୀ ଶରତ କୁମାର କର ଓ ଉତ୍କଳ ସମ୍ମିଳନୀର କର୍ମକର୍ତ୍ତାମାନେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥ#ଲେ । ଏହି ଶ୍ରଦ୍ଧାଞ୍ଜଳି କାର୍ଯ୍ୟକ୍ରମରେ ବିଧାନସଭା ସଚିବ ଶ୍ରୀ ଅମୀୟ କୁମାର ଷଡ଼ଙ୍ଗୀ ଓ ଅନ୍ୟ ବରିଷ୍ଠ ଅଧ#କାରୀମାନେ ଉପସ୍ଥିତ ଥ#ଲେ ।
ଶାଶ୍ୱତୀ ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନର କଳାକାରମାନଙ୍କ ଦ୍ୱାରା ପ୍ରାରମ୍ଭିକ ସଙ୍ଗୀତ ପରିବେଷଣ କରାଯାଇଥ#ଲା । ଯୁଗ୍ମ ନିର୍ଦ୍ଦେଶକ(ଗବେଷଣା) ଶ୍ରୀ ଶିବ ପ୍ରସାଦ ପଟ୍ଟନାୟକ ଏହି କାର୍ଯ୍ୟକ୍ରମଟିକୁ ସଂଯୋଜନା କରିଥ#ଲେ ।

Share in top social networks!