ବିଧାନସଭା ପକ୍ଷରୁ ବିପ୍ଳବୀ ଜନନାୟକ, ଦେଶପ୍ରେମୀ ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ପାଳିତ

ଆଜି ବିଧାନସଭା ପକ୍ଷରୁ ମହାନ ସଂଗ୍ରାମୀ ସୁରେନ୍ଦ୍ର ସାଏଙ୍କ ୨୦୯ତମ ଜୟନ୍ତୀ ପାଳିତ ହୋଇଯାଇଛିା ଏହି
ଅବସରରେ ବିଧାନସଭା ପରିସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଦେଶପ୍ରେମୀ ବିପ୍ଳବୀ ଜନନାୟକ ସୁରେନ୍ଦ୍ର
ସାଏଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥ#ଲୋ ବାଚସ୍ପତି ଶ୍ରୀ ପ୍ରଦିପ କୁମାର ଅମାତ,
ଉପବାଚସ୍ପତି ଶ୍ରୀ ସାନନ୍ଦ ମାର୍ଣ୍ଡି, ଅର୍ଥ, ଅବକାରୀ, ସାଧାରଣ ଉଦ୍ୟୋଗ ମନ୍ତ୍ରୀ ଶ୍ରୀ ଶଶିଭୂଷଣ ବେହେରା, ଗ୍ରାମ୍ୟ
ଉନ୍ନୟନ, ସଂସଦୀୟ ବ୍ୟାପାର, ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ଶ୍ରୀ ବିକ୍ରମ କେଶରୀ ଆରୁଖ, ମହିଳା, ଶିଶୁବିକାଶ,
ମିଶନ ଶକ୍ତି, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ, ଏମ୍ଏସ୍ଏମ୍ଇ ମନ୍ତ୍ରୀ ଶ୍ରୀ ପ୍ରଫୁଲ୍ଲ ସାମଲ, ପୂର୍ବତନ ବାଚସ୍ପତି
ଶ୍ରୀ ଶରତ କର, ଉତ୍କଳ ସମ୍ମିଳନୀର କର୍ମକର୍ତ୍ତା ପ୍ରମୁଖ ବରପୁତ୍ରଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପାର୍ଘ୍ୟ ଅର୍ପଣପୂର୍ବକ ଶ୍ରଦ୍ଧାସୁମନ
ଜଣାଇଥ#ଲୋ
ଯୁଗ୍ମ ନିର୍ଦ୍ଦେଶକ(ଗବେଷଣା) ଶ୍ରୀ ଶିବ ପ୍ରସାଦ ପଟ୍ଟନାୟକଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ
ବିଧାନସଭାର ସଚିବ ଶ୍ରୀ ଅମୀୟ କୁମାର ଷଡଙ୍ଗୀଙ୍କ ସମେତ ବିଧାନସଭାର ବରିଷ୍ଠ ଅଧ#କାରୀ, କର୍ମଚାରୀ ଓ ଅନ୍ୟ
ମାନ୍ୟଗଣ୍ୟ ବ୍ୟକ୍ତି ଏହି ଅବସରରେ ଉପସ୍ଥିତ ଥ#ଲୋ ଶେଷରେ ଶାଶ୍ୱତୀ ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନର
କଣ୍ଡଶିଳ୍ପୀମାନେ ସଂଗୀତ ପରିବେଷଣ କରିଥ#ଲୋ

Share in top social networks!
Powered By Indic IME