ଉତର ପୂର୍ବ ଭାରତର ୩ଟି ରାଜ୍ୟର ଅନୁÂିତ ନିର୍ବାଚନରେ ବିଜେପିର ବିପୁଳ ବିଜୟ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଏବଂ ରାଷ୍ଟ୍ରୀୟ ସଭାପତି ଶ୍ରୀ ଅମିତ୍ ଶାହାଙ୍କୁ ଅଭିନନ୍ଦନ ଜଣାଇଲା ରାଜ୍ୟ ବିଜେପି
 ରାଜ୍ୟ କାର୍ଯ୍ୟାଳୟରେ ବିଜୟ ଉତ୍ସବ ପାଳନ

DXX-nnyVMAAlYzw ପୂର୍ବ ଭାରତର ୩ଟି ରାଜ୍ୟ ତ୍ରିପୁରା, ନାଗାଲାଣ୍ଡ ଏବଂ ମେଘାଳୟରେ ସଦ୍ୟ ସମାପ୍ତ ହୋଇଥିବା ବିଧାନସଭା ନିର୍ବାଚନ ଫଳାଫଳ ଆଜି ପ୍ରକାଶ ପାଇଛି । ଏହି ନିର୍ବାଚନରେ ଭାରତୀୟ ଜନତା ପାର୍ଟି ବିପୁଳ ସଂଖ୍ୟାରେ ଭୋଟ ପାଇ ସଂଖ୍ୟା ଗରିÂତା ହାସଲ କରିବା ସହ ପ୍ରଥମ ଥର ପାଇଁ ସରକାର ଗଠନ କରିବାକୁ ଯାଉଛି । ଏହି ସଫଳତା ପାଇଁ ରାଜ୍ୟ ବିଜେପି ତରଫରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଏବଂ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ଅମିତ ଶାହାଙ୍କୁ ଅଭିନନ୍ଦନ ଜ୍ଞାପନ କରାଯାଇଛି । ଏହା ସହ ଏହି ବିପୁଳ ବିଜୟ ପାଇଁ ସମସ୍ତ କାର୍ଯ୍ୟକର୍ତା, ରାଜ୍ୟ ଓ କେନ୍ଦ୍ରୀୟ ନେତୃବୃନ୍ଦଙ୍କୁ ଧନ୍ୟବାଦ ଅର୍ପଣ କରାଯାଇଛି ।
ଭୂବନେଶ୍ୱର ଜିଲ୍ଲା ସଭାପତି ଶ୍ରୀ ହରେକୃଷ୍ନ ଖୁଂଟିଆଙ୍କ ନେତୃତ୍ୱରେ ରାଜ୍ୟ କାର୍ଯ୍ୟାଳୟରେ ବିଜୟ ଉତ୍ସବ ପାଳନ କରାଯାଇଥିଲା । କାର୍ଯ୍ୟକର୍ତାମାନେ ବାଣ ଫୁଟାଇ, ପରସ୍ପରଙ୍କୁ ମିଠା ଖୁଆଇ ଅଭିନନ୍ଦନ ଜଣାଇଥିଲେ । କାର୍ଯ୍ୟକର୍ତାମାନେ ବାଦ୍ୟର ତାଳେତାଳେ ନୃତ୍ୟ କରି ଖୁବ୍ ଧୁମଧାମରେ ବିଜୟ ଉତ୍ସବ ପାଳନ କରିଥିଲେ । ଏହି ଅବସରରେ ରାଜ୍ୟ ଉପ ସଭାପତି ଶ୍ରୀ ସମୀର ମହାନ୍ତି, ରାଜ୍ୟ ମୁଖପାତ୍ର ଶ୍ରୀ ସଜ୍ଜନ ଶର୍ମା, ଯୁବମୋର୍ଚ୍ଚା ରାଷ୍ଟ୍ରୀୟ ଉପ ସଭାପତି ଠାକୁର ରଣଜିତ୍ ଦାସ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଶ୍ରୀ ଜଗନ୍ନାଥ ପ୍ରଧାନ, ଶ୍ରୀମତି ପଦ୍ମଜା ଦେବତା, କୃଷକ ମୋର୍ଚ୍ଚା ରାଜ୍ୟ ସାଧାରଣ ସଂପାଦକ ଶ୍ରୀ ସୁରଥ ବିଶ୍ୱାଳ ପ୍ରମୁଖଙ୍କ ସମେତ ରାଜ୍ୟ ତଥା ଜିଲ୍ଲାର ଶତାଧିକ କାର୍ଯ୍ୟକର୍ତା ଉପସ୍ଥିତ ଥିଲେ ।

Share in top social networks!
Powered By Indic IME