ପଣ୍ଡିତ ରଘୁନାଥ ପାଣିଗ୍ରାହୀଙ୍କ ବିଯୋଗରେ ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ଶୋକ

ପଣ୍ଡିତ ରଘୁନାଥ ପାଣିଗ୍ରାହୀଙ୍କ ବିଯୋଗରେ ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ଶୋକ ଓଡିଶାର ପ୍ରତିଷ୍ଠିତ ସଙ୍ଗୀତଜ୍ଞ ପଣ୍ଡିତ ରଘୁନାଥ ପାଣିଗ୍ରାହୀଙ୍କ ବିୟୋଗରେ ବିଜେପି ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ତଥା ରାଜ୍ୟସଭା ସାଂସଦ ଧର୍ମେନ୍ଦ୍ର ପ୍ରଧାନ ଶୋକ ପ୍ରକାଶ କରିଛନ୍ତି । ପଣ୍ଡିତ ଶ୍ରୀ ପାଣିଗ୍ରାହୀଙ୍କ ବିୟୋଗ ଓଡିଶାର ସଂଗୀତ ଦୁନିଆ ପାଇଁ ଏକ ଅପୂରଣୀୟ କ୍ଷତି ବୋଲି ସେ ତାଙ୍କର ଶୋକ ବାର୍ତ୍ତାରେ କହିଛନ୍ତି । ଏହି ଅବସରରେ ଶ୍ରୀ ପ୍ରଧାନ ଶୋକ ସନ୍ତପ୍ତ ପରିବାରଙ୍କୁ ସମବେଦନା ପ୍ରକଟ କରିବା ସହ ଦିବଙ୍ଗତ ଆତ୍ମାର ସଦଗତି କାମନା କରିଛନ୍ତି ।

Share in top social networks!
Powered By Indic IME